20ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
21ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
22ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।