3ତହୁଁ ମୁଁ ଶିଟୀମ୍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।
4ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ।
5ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।
6(ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।
7ସେଠାରୁ ସେମାନେ ଗୁଦ୍ଗୋଦାକୁ ଯାତ୍ରା କଲେ ଓ ଗୁଦ୍ଗୋଦାରୁ ଜଳସ୍ରୋତମୟ ଦେଶ ଯଟ୍ବାଥାକୁ ଯାତ୍ରା କଲେ।