ଦ୍ୱିତୀୟ ବିବରଣ 10

ସେଠାରୁ ସେମାନେ ଗୁଦ୍‍ଗୋଦାକୁ ଯାତ୍ରା କଲେ ଓ ଗୁଦ୍‍ଗୋଦାରୁ ଜଳସ୍ରୋତମୟ ଦେଶ ଯଟ୍‍ବାଥାକୁ ଯାତ୍ରା କଲେ।

Deuteronomy 10:7 (UKJV) From thence they journeyed unto Gudgodah; and from Gudgodah to Jotbath, a land of rivers of waters.

5ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।

6(ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।

7ସେଠାରୁ ସେମାନେ ଗୁଦ୍‍ଗୋଦାକୁ ଯାତ୍ରା କଲେ ଓ ଗୁଦ୍‍ଗୋଦାରୁ ଜଳସ୍ରୋତମୟ ଦେଶ ଯଟ୍‍ବାଥାକୁ ଯାତ୍ରା କଲେ।

8ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।

9ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.