8ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;
9ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
10ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।
11ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ, ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ;
12ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।