ଦ୍ୱିତୀୟ ବିବରଣ 11

ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।

Deuteronomy 11:14 (UKJV) That I will give you the rain of your land in his due season, the first rain and the latter rain, that you may gather in your corn, and your wine, and yours oil.

12ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।

13ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;

14ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।

15ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।

16ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.