13ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
14ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
15ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।
16ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
17ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।