17ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
18ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
19ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
20ଆଉ ତୁମ୍ଭେ ଆପଣା ଗୃହ ଦ୍ୱାରର ଚଉକାଠରେ ଓ ଆପଣା ବାହାର ଦ୍ୱାରରେ ତାହା ଲେଖି ରଖିବ।
21ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।