1ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।
2ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,
3ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
4ପୁଣି ମିସରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;