ଦ୍ୱିତୀୟ ବିବରଣ 11

ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

Deuteronomy 11:24 (UKJV) Every place whereon the soles of your feet shall tread shall be yours: from the wilderness and Lebanon, from the river, the river Euphrates, even unto the uttermost sea shall your coast be.

22କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;

23ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।

24ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

25ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।

26ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.