ଦ୍ୱିତୀୟ ବିବରଣ 11

ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।

Deuteronomy 11:26 (UKJV) Behold, I set before you this day a blessing and a curse;

24ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

25ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।

26ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।

27ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।

28ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗମନ କରିବ, ତେବେ ଅଭିଶାପ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.