ଦ୍ୱିତୀୟ ବିବରଣ 11

ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।

Deuteronomy 11:27 (UKJV) A blessing, if all of you obey the commandments of the LORD your God, which I command you this day:

25ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।

26ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।

27ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।

28ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗମନ କରିବ, ତେବେ ଅଭିଶାପ।

29ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.