ଦ୍ୱିତୀୟ ବିବରଣ 11

ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗମନ କରିବ, ତେବେ ଅଭିଶାପ।

Deuteronomy 11:28 (UKJV) And a curse, if all of you will not obey the commandments of the LORD your God, but turn aside out of the way which I command you this day, to go after other gods, which all of you have not known.

26ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।

27ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।

28ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗମନ କରିବ, ତେବେ ଅଭିଶାପ।

29ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।

30ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍‍ଗଲ୍‍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.