30ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍ଗଲ୍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?
31କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
32ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।