3ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
4ପୁଣି ମିସରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
5ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;
6ଆଉ ରୁବେନ୍ର ପୁତ୍ର ଇଲୀୟାବ୍ର ସନ୍ତାନ ଦାଥନ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;
7ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।