ଦ୍ୱିତୀୟ ବିବରଣ 11

ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;

Deuteronomy 11:8 (UKJV) Therefore shall all of you keep all the commandments which I command you this day, that all of you may be strong, and go in and possess the land, where all of you go to possess it;

6ଆଉ ରୁବେନ୍‍ର ପୁତ୍ର ଇଲୀୟାବ୍‍ର ସନ୍ତାନ ଦାଥନ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍‍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;

7ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।

8ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;

9ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।

10ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.