ଦ୍ୱିତୀୟ ବିବରଣ 12

ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।

Deuteronomy 12:1 (UKJV) These are the statutes and judgments, which all of you shall observe to do in the land, which the LORD God of your fathers gives you to possess it, all the days that all of you live upon the earth.

1ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।

2ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।

3ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.