13ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର।
14ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।
15ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।
16କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।
17ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।