22ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।
23କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।
24ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।
25ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।
26ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।