24ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।
25ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।
26ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।
27ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।
28ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।