ଦ୍ୱିତୀୟ ବିବରଣ 12

ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।

Deuteronomy 12:28 (UKJV) Observe and hear all these words which I command you, that it may go well with you, and with your children after you for ever, when you do that which is good and right in the sight of the LORD your God.

26ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।

27ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।

28ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।

29ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;

30ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି “ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା,” ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.