30ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି “ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା,” ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
31ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।
32ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।