ଦ୍ୱିତୀୟ ବିବରଣ 12

ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।

Deuteronomy 12:4 (UKJV) All of you shall not do so unto the LORD your God.

2ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।

3ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।

4ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।

5ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;

6ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.