5ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;
6ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;
7ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
8ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।
9କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।