7ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
8ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।
9କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।
10ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ;
11ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।