1ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
2ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;”
3ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।