8ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।
9ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।
10ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।
11ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।
12ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,