ଦ୍ୱିତୀୟ ବିବରଣ 13

ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।

Deuteronomy 13:11 (UKJV) And all Israel shall hear, and fear, and shall do no more any such wickedness as this is among you.

9ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।

10ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।

11ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।

12ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,

13ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.