15ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;
16ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।
17ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;
18ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।