ଦ୍ୱିତୀୟ ବିବରଣ 13

ତେବେ ତୁମ୍ଭେ ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।

Deuteronomy 13:3 (UKJV) You shall not hearken unto the words of that prophet, or that dreamer of dreams: for the LORD your God proves you, to know whether all of you love the LORD your God with all your heart and with all your soul.

1ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍‍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,

2ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ଓ ସେମାନଙ୍କ ସେବା କରିବା;”

3ତେବେ ତୁମ୍ଭେ ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।

4ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।

5ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.