2ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;”
3ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
4ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
5ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
6ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,