ଦ୍ୱିତୀୟ ବିବରଣ 13

ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍‍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,

Deuteronomy 13:6 (UKJV) If your brother, the son of your mother, or your son, or your daughter, or the wife of your bosom, or your friend, which is as yours own soul, entice you secretly, saying, Let us go and serve other gods, which you have not known, you, nor your fathers;

4ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।

5ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।

6ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍‍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,

7ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;”

8ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.