6ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,
7ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;”
8ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।
9ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।
10ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।