18ଓ ବଗ ଓ ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ବାଦୁଢ଼ି;
19ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡ଼ିକୁ ଭୋଜନ କରିବ ନାହିଁ।
20ତୁମ୍ଭେମାନେ ସମସ୍ତ ଶୁଚି ପକ୍ଷୀକୁୁ ଭୋଜନ କରି ପାରିବ।
21ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରିପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
22ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।