22ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।
23ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।
24ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ବେଳେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ତୁମ୍ଭଠାରୁ ଅତିରିକ୍ତ ଦୂର ହୁଏ, ତେଣୁ ସେହି ପଥ ତୁମ୍ଭ ପ୍ରତି ଅତିରିକ୍ତ ଦୀର୍ଘ ହେବା ସକାଶୁ ତୁମ୍ଭେ ସେହି ଦ୍ରବ୍ୟ ବୋହି ନେବା ପାଇଁ ଅସମର୍ଥ ହୁଅ;
25ତେବେ ତୁମ୍ଭେ ତାହା ଟଙ୍କା କରି ସେହି ଟଙ୍କା ବାନ୍ଧି ଆପଣା ହାତରେ ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ।
26ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;