ଦ୍ୱିତୀୟ ବିବରଣ 14

ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Deuteronomy 14:29 (UKJV) And the Levite, (because he has no part nor inheritance with you,) and the stranger, and the fatherless, and the widow, which are within your gates, shall come, and shall eat and be satisfied; that the LORD your God may bless you in all the work of yours hand which you do.

27ଆଉ ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ।

28ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର-ଦ୍ୱାର ଭିତରେ ସଞ୍ଚୟ କରି ରଖିବ;

29ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.