ଦ୍ୱିତୀୟ ବିବରଣ 14

ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ।

Deuteronomy 14:3 (UKJV) You shall not eat any abominable thing.

1ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।

2କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।

3ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ।

4ଏହି ସକଳ ପଶୁ ତୁମ୍ଭେମାନେ ଭୋଜନ କରିବ ଯଥା,

5ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.