2କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
3ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ।
4ଏହି ସକଳ ପଶୁ ତୁମ୍ଭେମାନେ ଭୋଜନ କରିବ ଯଥା,
5ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,
6ପଶୁଗଣ ମଧ୍ୟରୁ ଯେତେ ପଶୁ ବିଭକ୍ତ-ଖୁରା, ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଓ ପାକୁଳି କରନ୍ତି, ସେସବୁ ତୁମ୍ଭେମାନେ ଭୋଜନ କରିବ।