5ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,
6ପଶୁଗଣ ମଧ୍ୟରୁ ଯେତେ ପଶୁ ବିଭକ୍ତ-ଖୁରା, ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଓ ପାକୁଳି କରନ୍ତି, ସେସବୁ ତୁମ୍ଭେମାନେ ଭୋଜନ କରିବ।
7ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ ଯଥା, ଓଟ, ଠେକୁଆ ଓ ଶାଫନ୍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟନ୍ତି;
8ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।
9ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;