ଦ୍ୱିତୀୟ ବିବରଣ 14

ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;

Deuteronomy 14:9 (UKJV) These all of you shall eat of all that are in the waters: all that have fins and scales shall all of you eat:

7ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ ଯଥା, ଓଟ, ଠେକୁଆ ଓ ଶାଫନ୍‍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟନ୍ତି;

8ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।

9ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;

10ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ।

11ତୁମ୍ଭେମାନେ ସବୁ ପ୍ରକାର ଶୁଚି ପକ୍ଷୀ ଭୋଜନ କରିପାର,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.