ଦ୍ୱିତୀୟ ବିବରଣ 15

ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।

Deuteronomy 15:12 (UKJV) And if your brother, an Hebrew man, or an Hebrew woman, be sold unto you, and serve you six years; then in the seventh year you shall let him go free from you.

10ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।

11କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।

12ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।

13ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ।

14ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.