15ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
16ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, “ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;”
17ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ।
18ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।
19ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,