19ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,
20ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ଭୋଜନ କରିବ।
21ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।
22ତୁମ୍ଭେ ଆପଣା ନଗର-ଦ୍ୱାର ମଧ୍ୟରେ ତାହା ଭୋଜନ କରିବ; ଶୁଚି କି ଅଶୁଚି ଲୋକ ସମାନ ରୂପେ କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରିବେ।
23କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।