1ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।
2ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।
3ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।
4ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;
5ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।