4ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;
5ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।
6ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।
7ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;
8ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।