5ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।
6ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।
7ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;
8ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।
9“ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।