ଦ୍ୱିତୀୟ ବିବରଣ 16

ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;

Deuteronomy 16:13 (UKJV) You shall observe the feast of tabernacles seven days, after that you have gathered in your corn and your wine:

11ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।

12ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।

13ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;

14ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।

15ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.