ଦ୍ୱିତୀୟ ବିବରଣ 16

ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନୁସାରେ ତୁମ୍ଭର ପ୍ରତ୍ୟେକ ଜଣ ଆପଣା ସାଧ୍ୟ ପ୍ରମାଣେ ଦେବ।

Deuteronomy 16:17 (UKJV) Every man shall give as he is able, according to the blessing of the LORD your God which he has given you.

15ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।

16ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।

17ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନୁସାରେ ତୁମ୍ଭର ପ୍ରତ୍ୟେକ ଜଣ ଆପଣା ସାଧ୍ୟ ପ୍ରମାଣେ ଦେବ।

18ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।

19ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.