20ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।
21ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।
22କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଘୃଣା କରନ୍ତି।