ଦ୍ୱିତୀୟ ବିବରଣ 16

ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।

Deuteronomy 16:4 (UKJV) And there shall be no leavened bread seen with you in all your coast seven days; neither shall there any thing of the flesh, which you sacrificed the first day at even, remain all night until the morning.

2ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।

3ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍‍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।

4ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।

5ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର-ଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।

6ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.