5ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର-ଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।
6ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।
7ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।
8ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।
9ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।